ନବୀନ ପଟ୍ଟନାୟକ ଅସୁସ୍ଥତା ଥିବା ଜାଣି ମୁଁ ଚିନ୍ତିତ, ଶୀଘ୍ର ସୁସ୍ଥ ହୋଇ ଫେରିଆସନ୍ତୁ ବୋଲି ପ୍ରାର୍ଥନା କରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯/୦୬: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିକିତ୍ସା ପାଇଁ ତିନିଦିନ ପରେ ମୁମ୍ବାଇ ଯିବେ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅସୁସ୍ଥତା ସଂପର୍କରେ ସାମାଜିକ ଗଣମାଧ୍ୟମରେ ଟୁଇଟ୍‌ କଲା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‌ଏନେଇ ଚିନ୍ତାପ୍ରକଟ କରିଛନ୍ତି । ନବୀନ ପଟ୍ଟନାୟକ ଶୀଘ୍ର ସୁସ୍ଥ ‌ହୋଇ ଫେରି ଆସନ୍ତୁ ବୋଲି କହିଛନ୍ତି ମୋହନ । ସାମାଜିକ ଗଣମାଧ୍ୟମ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅସୁସ୍ଥତା ବିଷୟରେ ଜାଣି ମୁଁ ଚିନ୍ତିତ । ତାଙ୍କର ଚିକିତ୍ସା ପ୍ରକ୍ରିୟା ସୁରୁଖୁରୁରେ ସମ୍ପନ୍ନ ହେଉ ଓ ଆଶୁ ଆରୋଗ୍ୟ ଲାଭ କରନ୍ତୁ ବୋଲି ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ।’ସୂଚନାଯୋଗ୍ୟ, ସାମାଜିକ ଗଣମାଧ୍ୟମ ଏକ୍ସରେ ଟୁଇଟ୍‌ କରି ନବୀନ ପଟ୍ଟନାୟକ କହିଛନ୍ତି, ମେଡିକାଲ ବିଶେଷଜ୍ଞମାନଙ୍କ ପରାମର୍ଶ ଅନୁଯାୟୀ ଚଳିତ ମାସ ୨୨ ତାରିଖରେ ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ମୁଁ ସର୍ଭିକାଲ୍ ଆଥ୍ରାଇଟିସ୍ ଚିକିତ୍ସା ପ୍ରକ୍ରିୟାରେ ରହିବି ।