ଭୁବନେଶ୍ୱର,୦୬/୧୧: ନୂଆପଡ଼ା କୋମନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉଦ୍ୟାନବନ୍ଧରୁ ରୋଡ୍ ଶୋ’ରେ ଯାଇ ସଭାମଞ୍ଚରେ ପହଞ୍ଚିଲେ। ସଭାପତି ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ସେଠାରେ ଉପସ୍ଥିତ ଅଛନ୍ତି। ଏହାସହ ବରିଷ୍ଠ ନେତା ବସନ୍ତ ପଣ୍ଡା, ଅନେକ ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଅଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ ବେଳେ ମଞ୍ଚ ଉପରେ କାନ୍ଦିଲେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ। ନୂଆପଡ଼ାର ବିକାଶ ପାଇଁ ମୋତେ ଏଠାକୁ ଆସିବାକୁ ପଡ଼ିଛି ବୋଲି କହିଲେ ମୁଖ୍ୟମନ୍ତ୍ରୀ। ପୂର୍ବରୁ କେବେ ଏତେ ଜନସମାଗମ କେହି ଦେଖି ନ ଥିଲେ। ନୂଆପଡ଼ାର ବିକାଶ ପାଇଁ ୧ ହଜାର ୪ ଶହ କୋଟିର ପ୍ରତିଶ୍ରୁତି ଦେଇ ସାରିଛି। ଜୟ ଢୋଲକିଆ ନିର୍ବାଚିତ ହେଲେ ଆପଣଙ୍କ ଦାବି ଉପସ୍ଥାପନ କରିପାରିବେ। ମଞ୍ଚରେ ବିରୋଧୀଙ୍କୁ ଟାର୍ଗେଟ କରିଥିଲେ। ନୂଆପଡ଼ା ମାଟିରେ ନିଶ୍ଚୟ ପଦ୍ମ ଫୁଟିବ ବୋଲି କହିଛନ୍ତି ମୋହନ ମାଝୀ। ଦ୍ବିତୀୟ ସ୍ଥାନ ପାଇଁ କଂଗ୍ରେସ-ବିଜେଡି ମଧ୍ୟରେ ଚାଲିଛି ଲଢ଼େଇ। ପରିବର୍ତ୍ତନରେ ସାମିଲ ହୋଇ ନିଶ୍ଚୟ ନୂଆପଡ଼ା ବିକାଶରେ ସାମିଲ ହେବେ ଆଶା।
ଚାଷୀ ପ୍ରସଙ୍ଗ ଉଠାଇ ବିଜେଡିକୁ ସିଧା ଟାର୍ଗେଟ୍ କଲେ ମୁଖ୍ୟମନ୍ତ୍ରୀ। ୧୦୦ ଟଙ୍କା ସବ୍ସିଡି ଦେବାକୁ କହି ବିଜେଡି ସରକାର ଦେଇପାରିଲେନି। ମାତ୍ର ଆମ ସରକାର ଆସିବା ମାତ୍ରେ ୮ ଶହ ଟଙ୍କା ସବସିଡି ଦେଇ ଆସିଛି। ଏହାର ସୁବିଧା ରାଜ୍ୟର ୧୭ ଲକ୍ଷ କୃଷକଙ୍କୁ ମିଳିଛି।
