ଭୁବନେଶ୍ୱର,୧୪/୦୧:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁଣ୍ୟତୋୟା ବୈତରଣୀରେ ମକର ବୁଡ଼ ପକାଇଛନ୍ତି। କେନ୍ଦୁଝର ଜିଲ୍ଲା ପାଟଣାରେ ଥିବା ବୈତରଣୀ ନଦୀର ଶୈବ୍ୟା କାବେରୀ ଘାଟରେ ପତ୍ନୀଙ୍କ ସହ ମୁଖ୍ୟମନ୍ତ୍ରୀ ବୁଡ଼ ପକାଇଛନ୍ତି। ବୁଡ଼ ପକାଇବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମେ ପରମେଶ୍ବର ମନ୍ଦିର ଓ ଆନନ୍ଦେଶ୍ବେର ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ପ୍ରଭୁଙ୍କ ଦର୍ଶନ କରି ରାଜ୍ୟବାସୀଙ୍କ ମଙ୍ଗଳ କାମନା କରିଛନ୍ତି ସେ। ସୂଚନାଯୋଗ୍ୟ, ଗତବର୍ଷ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୈତରଣୀ ନଦୀର ଅନସୂୟା ତୀର୍ଥ ଘାଟରେ ବୁଡ଼ ପକାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କର ଦୁଇଜଣ ବନ୍ଧୁ ମଧ୍ୟ ବୈତରଣୀରେ ବୁଡ଼ ପକାଇଥିଲେ। ପୂର୍ବରୁ ମଧ୍ୟ ୨୦୨୨ରେ ବିଧାୟକ ଥିବା ବେଳେ ପାଟଣାରେ ଥିବା ବୈତରଣୀ ନଦୀର ଅନସୂୟା ତୀର୍ଥ ଘାଟରେ ବୁଡ଼ ପକାଇଥିଲେ ସେ।