ଭୁବନେଶ୍ୱର,୦୫/୧୦: ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ। ଅକ୍ଟୋବର ୧୫ରେ ହେବ ଛାତ୍ର ସଂସଦ ନିର୍ବାଚନ। ଅକ୍ଟୋବର ୧୫ରେ ନିର୍ବାଚନ ଏବଂ ୧୬ରେ ଶପଥ ଗ୍ରହଣ ପରେ କଲେଜଗୁଡ଼ିକରେ ଦଶହରା ଛୁଟି ଆରମ୍ଭ ହେବ। ରାଜ୍ୟର ସମସ୍ତ ସରକାରୀ ଅନୁଦାନପ୍ରାପ୍ତ କଲେଜରେ ଅକ୍ଟୋବର ୧୫ ତାରିଖରେ ଛାତ୍ର ସଂସଦ ନିର୍ବାଚନ ହେବ। ଏନେଇ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଘୋଷଣା କରିଛନ୍ତି। ନିର୍ବାଚନ ପାଇଁ ଅକ୍ଟୋବର ୭ ତାରିଖରେ ନୋଟିଫିକେସନ୍ ପ୍ରକାଶ ପାଇବ। ଅକ୍ଟୋବର ୯ରେ ନୋମିନେସନ୍ ଦାଖଲ ପ୍ରକ୍ରିୟା ଅନୁଷ୍ଠିତ ହେବ। ଏହାପରେ ଅକ୍ଟୋବର ୧୫ରେ ଭୋଟଗ୍ରହଣ କରାଯିବ। ନିର୍ବାଚନରେ ବିଜୟୀ ହୋଇଥିବା ନବନିର୍ବାଚିତ ଛାତ୍ର ପ୍ରତିନିଧିମାନେ ଅକ୍ଟୋବର ୧୬ରେ ଶପଥ ଗ୍ରହଣ କରିବେ।ରାଜ୍ୟର ସମସ୍ତ ସରକାରୀ ଅନୁଦାନପ୍ରାପ୍ତ କଲେଜରେ ଅକ୍ଟୋବର ୧୫ ତାରିଖରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏନେଇ ଆଜି ଘୋଷଣା କରିଛନ୍ତି। ଦୀର୍ଘ ୮ ବର୍ଷ ପରେ କଲେଜଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହ ବଢ଼ିଛି। ବିଭିନ୍ନ ଛାତ୍ର ସଂଗଠନ ନିର୍ବାଚନକୁ ନେଇ ନିଜ ନିଜ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ନିର୍ବାଚନ ପ୍ରକ୍ରିୟାକୁ ଶାନ୍ତିପୂର୍ଣ୍ଣ ଓ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ କଲେଜ କର୍ତ୍ତୃପକ୍ଷଙ୍କୁ ଆବଶ୍ୟକ ବ୍ୟବସ୍ଥା କରିବାକୁ କୁହାଯିବ। ନିର୍ବାଚନ ପରେ କଲେଜଗୁଡ଼ିକରେ ଦଶହରା ଛୁଟି ଆରମ୍ଭ ହେବ।