ଭୁବନେଶ୍ୱର,୨୬/୧୦: ବାତ୍ୟା ମୋନ୍ଥା ପାଇଁ ଓଡ଼ିଶାରେ ୭ ଜିଲ୍ଲାରେ ହାଇ ଆର୍ଲଟ ଜାରି କରାଯାଇଛି । ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ବାଲେଶ୍ୱର, ଗଞ୍ଜାମ କେନ୍ଦ୍ରାପଡ଼ା, ମାଲକାନାଗିରି, କୋରାପୁଟ, କଳାହାଣ୍ଡି, ଗଜପତି ଜିଲ୍ଲାରେ ସବୁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରିଛନ୍ତି ସେଠାକାର ଜିଲ୍ଲାପାଳ । କିଛି ଜିଲ୍ଲାରେ ସରକାରୀ ଅଧିକାରୀଙ୍କୁ ହେଡକ୍ୱାଟର ନ ଛାଡିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛି । ସବୁ ଅଧିକାରୀଙ୍କୁ ସଜାଗ ରହିବାକୁ ମଧ୍ୟ ନିର୍ଦ୍ଦେଶ ରହିଛି ।
ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା ’ମୋନ୍ଥା’ । ଆନ୍ଧ୍ରପ୍ରଦେଶର ମଛଲିପଟ୍ଟନମ ଓ କଳିଙ୍ଗପଟ୍ଟନମ ମଝିରେ ସ୍ଥଳଭାଗ ଛୁଇଁବ ବାତ୍ୟା । ଅକ୍ଟୋବର ୨୮ ତାରିଖରେ ଉପକୂଳ ଅତିକ୍ରମ କରିବ ବୋଲି ପୂର୍ବାନୁମାନ କରିଛି ଆଇଏମ୍ଡି । ଦକ୍ଷିଣ ଓଡ଼ିଶାରେ ଏହାର ବଡ଼ ପ୍ରଭାବ ପଡ଼ିବ । ଖାଲି ଦକ୍ଷିଣ ନୁହେଁ, ଉପକୂଳ ଓଡ଼ିଶାରେ ମଧ୍ୟ ୩ ଦିନ ଧରି ପ୍ରବଳ ବର୍ଷିବ । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ ଗଞ୍ଜାମକୁ ରେଡ ୱାଣ୍ଣିଂ ଜାରି କରାଯାଇଛି ।