ଆଣ୍ଡାମାନ ସାଗରକୁ ପ୍ରବେଶ କଲା ଘୂର୍ଣ୍ଣିବଳୟ, ବାତ୍ୟାର ରୂପ ନେଇ ମାଡି ଆସିବ କି ?

ଭୁବନେଶ୍ୱର,୨୨/୧୦: ଆଣ୍ଡାମାନ ସାଗରକୁ ପ୍ରବେଶ କଲା ଘୂର୍ଣ୍ଣିବଳୟ । ଆସନ୍ତାକାଲି ଲଘୁଚାପ ସମ୍ଭାବନା । ଥାଇଲ୍ୟାଣ୍ଡ ଉପସାଗର ଏବଂ ସଂଲଗ୍ନ ଥାଇଲ୍ୟାଣ୍ଡ ଓ ମିଆଁମାର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ଗତକାଲି ସନ୍ଧ୍ୟାରେ ଉତ୍ତର ଆଣ୍ଡାମାନ ସାଗର ମଧ୍ୟକୁ ପ୍ରବେଶ କରିଛି । ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ପ୍ରଭାବରେ ଅକ୍ଟୋବର ୨୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଅକ୍ଟୋବର ୨୫ ବେଳକୁ ଅବପାତ କିମ୍ବା ଗଭୀର ଅବପାତର ରୂପ ନେଇପାରେ । ତେବେ ଏହା ବାତ୍ୟାର ରୂପ ନେବ କି ନାହିଁ ୨୫ ତାରିଖ ବେଳକୁ ସ୍ପଷ୍ଟ ହେବ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ। ଅନ୍ତର୍ଜାତୀୟ ପାଣିପାଗ ମଡେଲ ଅନୁଯାୟୀ, ଏହା ଅଧିକ ଘନୀଭୂତ ହେଇ ଅକ୍ଟୋବର ୨୯ ବେଳକୁ ବାତ୍ୟାର ରୂପ ନେଇପାରେ। ବାତ୍ୟା ସୃଷ୍ଟି ହେଲା ପରେ ଏହାର ତୀବ୍ରତା ଓ ଗତିପଥ ଆକଳନ କରିହେବ । ତେବେ ଏପର୍ଯ୍ୟନ୍ତ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ବାତ୍ୟା ନେଇ କୌଣସି ସ୍ପଷ୍ଟ ଆକଳନ କରାଯାଇନାହିଁ ।

Leave a Reply

Your email address will not be published. Required fields are marked *