ଭୁବନେଶ୍ୱର,୧୬/୧୨: ଆଜି ଧନୁ ସଂକ୍ରାନ୍ତି। ଏହି ପବିତ୍ର ଦିନରେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହିଲି ଭୋଗ ନୀତି ।ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ଏହି ନୀତି ଦୀର୍ଘ ଏକ ମାସ ଧରି ଅର୍ଥାତ ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ । ଶ୍ରୀମନ୍ଦିରରେ ଶୃଙ୍ଖଳିତ ନୀତିକାନ୍ତି କରାଯାଇ ପ୍ରତିଦିନ ଶ୍ରୀଜିଉଙ୍କୁ ଏହି ବିଶେଷ ଭୋଗ ଅର୍ପଣ କରାଯିବ । ବର୍ଷକୁ ଥରେ ଏହି ଭୋଗ ପାଇବା ପାଇଁ ସେବାୟତଙ୍କ ଠାରୁ ଆରମ୍ଭ କରି ଭକ୍ତମାନେ ଅପେକ୍ଷା କରିଥାନ୍ତି । ତେବେ ସକାଳ ହୋଇଗଲେ ଯଦି ଭୋଗ ନ ଲାଗିଥାଏ ଏହି ଭୋଗ ମାରା ହୋଇଯିବାର ମଧ୍ୟ ବିଧି ରହିଛି ।