ଭୁବନେଶ୍ୱର,୦୫/୦୨: ବଦଳିବ ଅନେକ ସ୍ଥାନର ବିକୃତ ଇଂରାଜୀ ନାମ । ଓଡ଼ିଆ ଭାଷା ଓ ସାଂସ୍କୃତିକ ଐତିହ୍ୟକୁ ସରକାରୀ ରେକର୍ଡରେ ସଠିକ ଭାବେ ପ୍ରତିଫଳିତ କରିବା ଉଦ୍ଦେଶ୍ୟରେ ଓଡ଼ିଶା ସରକାର ବିଭିନ୍ନ ସ୍ଥାନର ଇଂରାଜୀ ନାମରେ ଥିବା ଭୁଲ ସୁଧାର ପାଇଁ ପଦକ୍ଷେପ ନେଇଛନ୍ତି । ଏହା ସମ୍ପର୍କରେ ରାଜସ୍ୱ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର ଅନେକ ଜିଲ୍ଲା, ଉପଖଣ୍ଡ, ତହସିଲ ଓ ବ୍ଲକର ନାମ ଇଂରାଜୀରେ ଭୁଲଭାବେ ଲେଖାଯାଇ ବିକୃତ ଉଚ୍ଚାରଣରେ କରାଯାଉଛି । ସେଗୁଡ଼ିକୁ ସଠିକ ଓଡ଼ିଆ ଉଚ୍ଚାରଣ ଅନୁସାରେ କରାଯିବ । ମାଲକାନଗିରି, ଦେବଗଡ଼, କନ୍ଧମାଳ, ଖୋର୍ଦ୍ଧା, ଅନୁଗୁଳ, କଟକ, କେନ୍ଦ୍ରାପଡ଼ା, କେନ୍ଦୁଝର, ସମ୍ବଲପୁର ଓ ନୟାଗଡ଼ ଆଦି ଜିଲ୍ଲାର ନା ଠିକ୍ କରାଯିବ ।ପ୍ରସ୍ତାବିତ ସଂଶୋଧନ ସମ୍ପର୍କରେ ସାଧାରଣ ଲୋକଙ୍କର କୌଣସି ଆପତ୍ତି କିମ୍ବା ପରାମର୍ଶ ଥିଲେ ୧୫ ଦିନ ମଧ୍ୟରେ ଲେଖିତ ଭାବେ ଦାଖଲ କରିବାକୁ ବିଭାଗ ପକ୍ଷରୁ ଆହ୍ୱାନ କରାଯାଇଛି । ନିର୍ଦ୍ଧାରିତ ସମୟ ପରେ ପ୍ରାପ୍ତ ମତାମତ ଗ୍ରହଣ କରାଯିବ ନାହିଁ ।