ନିୟମ କଡାକଡି କଲା ସିବିଏସି, ନିର୍ଦ୍ଧାରିତ ସମୟ ପୂର୍ବରୁ ନପହଞ୍ଚିଲେ ଦେଇପାରିବେନି ପରୀକ୍ଷା

ଭୁବନେଶ୍ୱର,୧୬/୦୨:ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ସିବିଏସି ଦ୍ୱାଦଶ ଶ୍ରେଣୀ ପରୀକ୍ଷା । ଛାତ୍ରଛାତ୍ରୀଙ୍କ ପାଇଁ ନିୟମ କଡାକଡି କଲା ସିବିଏସି । ନିର୍ଦ୍ଧାରିତ ସମୟ ପୂର୍ବରୁ ନପହଞ୍ଚିଲେ ଦେଇପାରିବେନି ପରୀକ୍ଷା । ପରୀକ୍ଷା ସକାଳ ସାଢେ ୧୦ଟାରେ ଆରମ୍ଭ ହେବାକୁ ଥିବା ବେଳେ ୧୦ ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଜାରି ହୋଇଛି । ନିର୍ଦ୍ଧାରିତ ସମୟ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ନ ପହଞ୍ଚିିଲେ ପରୀକ୍ଷା କେନ୍ଦ୍ରରେ ପ୍ରବେଶ ବାରଣ ନେଇ ନିଷ୍ପତ୍ତି ନେଇଛି ସିବିଏସି ।  ଏନେଇ ସ୍କୁଲ, ଅଭିଭାବକ ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ପରାମର୍ଶବଳୀ ଜାରି କରିଛି ସିବିଆଇ ।

Leave a Reply

Your email address will not be published. Required fields are marked *