ନୂଆଦିଲ୍ଲୀ,୨୩/୧୦: ଏନଏଚ୍ ଉପରେ ହୁତ୍ ହୁତ୍ ହୋଇ ଜଳିଗଲା ବସ୍ । ହାଇଦ୍ରାବାଦରୁ ବେଙ୍ଗାଲୁରୁ ଅଭିମୁଖେ ଯାଉଥିବା ବେଳେ ଏନଏଚରେ ଏହି ଅଘଟଣ ଘଟିଛି । ଆନ୍ଧ୍ରର କୁର୍ଣ୍ଣୁଲ ଜିଲ୍ଲା ଚିନ୍ନା ଟେକୁରୁ ଗାଁ ନିକଟରେ ବାଇକ୍ ସହ ଧକ୍କା ହେବାରୁ ବସ୍ ଲାଗିଥିଲା ନିଆଁ । ବସ୍ ଯାଉଥିବା ବେଳେ ହଠାତ୍ ବସଟି ସାମ୍ନାପଟୁ ଆସି ପିଟି ହୋଇଥିଲା । ଯାହାଫଳରେ ନିଆଁ ଲାଗିଯାଇଥିଲା । ବସରେ ପ୍ରାୟ ୪୨ ଜଣ ଯାତ୍ରୀ ଯାଉଥିଲେ । ସେମାନଙ୍କ ମଧ୍ୟରେ ୨୦ରୁ ଅଧିକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି ।ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ବସ୍ ଟି କିଛି ମିନିଟ୍ ମଧ୍ୟରେ ସମ୍ପୂର୍ଣ୍ଣ ଜଳିଯାଇଥିଲା । ତଥାପି, ଏବେ ନିଆଁକୁ ନିୟନ୍ତ୍ରଣ କରାଯାଇଛି ।
ଏପର୍ଯ୍ୟନ୍ତ ୧୫ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଦୁର୍ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି । ସେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ପୋଷ୍ଟ ସେୟାର କରିଛନ୍ତି । ସେ ଲେଖିଛନ୍ତି, “କୁର୍ଣ୍ଣୁଲ ଜିଲ୍ଲାର ଚିନେଟକୁର ଗାଁ ନିକଟରେ ଘଟିଥିବା ଭୟଙ୍କର ବସ୍ ଦୁର୍ଘଟଣା ବିଷୟରେ ଜାଣିବା ପରେ ମୁଁ ମର୍ମାହତ । ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପରିବାର ପ୍ରତି ମୋର ସମବେଦନା । ଆହତ ଏବଂ ପ୍ରଭାବିତ ପରିବାରକୁ ସରକାର ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବେ ।