ନୂଆଦିଲ୍ଲୀ,୩୦/୦୬: ଉତ୍ତରାଖଣ୍ଡ ଓ ହିମାଚଳପ୍ରଦେଶରେ ବନ୍ୟା । ଲଗାଣ ବର୍ଷା ପରେ ଉଭୟ ରାଜ୍ୟକୁ ମାଡ଼ିଆସିଛି ପ୍ରଳୟଙ୍କାରୀ ବନ୍ୟା ସାଙ୍ଗକୁ ଭୁସ୍ଖଳନ ।ହିମାଚଳରେ ରେଡ ଆଲର୍ଟ ଜାରି କରାଯିବା ସହ ଦିନକ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖାଯାଇଛି ।କେଉଁଠି କୋଠା ଭୁଶୁଡୁଛି । କେଉଁଠି ବନ୍ୟାର ପାଣିରେ ଭାସୁଛି ଘରଦ୍ୱାର । ହିମାଚଳରେ ତାଣ୍ଡବ ରଚୁଛି ପ୍ରକୃତି । କୁଲୁ, ମଣ୍ଡି ଏବଂ ରାମପୁରରେ ବାଦଲ ଫଟା ବର୍ଷାରେ ପ୍ରଳୟ ସୃଷ୍ଟି ହୋଇଛି । ବର୍ଷାରେ ଅନେକ ଘର ଧୋଇ ହୋଇ ଯାଇଛି । ରାମପୁର ସମେଜ ଗାଁରେ ୩୦ରୁ ଅଧିକ ଲୋକ ନିଖୋଜ ହୋଇ ଯାଇଛନ୍ତି ।
ସେପଟେ କୁଲ୍ଲୁ ପାର୍ବତୀ ନଦୀ କୂଳରେ ଏକ ବିଲ୍ଡିଂ ଭୁଶୁଡ଼ି ଯିବାର ଚିତ୍ର ସାମ୍ନାକୁ ଆସିଛି । ସେପଟେ ବାଦଲ ଫଟା ବର୍ଷାରେ ଉତ୍ତରାଖଣ୍ଡ କେଦାରନାଥରେ ହଠାତ ବନ୍ୟା ଆସିବାରୁ ଭୟାବହ ସ୍ଥିତି ଦେଖିବାକୁ ମିଳିଛି । ହଠାତ ବନ୍ୟା ଆସିବାରୁ ୨୦୦ରୁ ଅଧିକ ଶ୍ରଦ୍ଧାଳୁ ଫସିରହିଛନ୍ତି । ବର୍ତ୍ତମାନ ଉତ୍ତରାଖଣ୍ଡ ସରକାର କେଦାରନାଥ ଯାତ୍ରାକୁ ସ୍ଥଗିତ ରଖିଛନ୍ତି । ସେପଟେ ଫସି ରହିଥିବା ଶ୍ରଦ୍ଧାଳୁଙ୍କୁ ଉଦ୍ଧାର କରିବା ପାଇଁ ସ୍ଥାନୀୟ ପ୍ରଶାସନ ଓ ଏସଡିଆରଏଫ ନିୟୋଜିତ ହୋଇଛନ୍ତି ।