ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଧବଳେଶ୍ୱର ପୀଠରେ ଲାଗୁ ହୋଇଛି ୧୬୩ ଧାରା

ଭୁବନେଶ୍ୱର,୨୭/୦୯: ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରସିଦ୍ଧ ଧବଳେଶ୍ୱର ପୀଠରେ ଲାଗୁ ହୋଇଛି ୧୬୩ ଧାରା । ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି କରାଯାଇଛି । ଆସନ୍ତା ୨୯ ତାରିଖ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ । ବନ୍ୟାଜଳ ବୃଦ୍ଧି ଏବଂ ପୀଠକୁ ଯାତାୟାତରେ ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ଧବଳେଶ୍ୱର ପୀଠକୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଉପରେ କଟକଣା ଲଗାଯାଇଛି। ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ପ୍ରଶାସନ ଏହି ପଦକ୍ଷେପ ନେଇଛି । ବନ୍ୟା ପରିସ୍ଥିତି ସୁଧୁରିବା ପର୍ଯ୍ୟନ୍ତ ଶ୍ରଦ୍ଧାଳୁମାନେ ଧବଳେଶ୍ୱର ପୀଠକୁ ନଯିବାକୁ ପ୍ରଶାସନ ପକ୍ଷରୁ କୁହାଯାଇଛି। ଜଳସ୍ତର ଏବଂ ପରିସ୍ଥିତିର ସମୀକ୍ଷା ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ।

Leave a Reply

Your email address will not be published. Required fields are marked *