ଏଫଏମ୍ କଲେଜରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଛାତ୍ରୀଙ୍କ ହସ୍ପିଟାଲରେ ମୃତ୍ୟୁ

ଭୁବନେଶ୍ୱର,୧୫/୦୭: ବାଲେଶ୍ୱର ଏଫଏମ୍ କଲେଜରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଛାତ୍ରୀଙ୍କ ଭୁବନେଶ୍ୱର ଏମ୍ସରେ ମୃତ୍ୟୁ ଘଟିଛି । ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଥିଲେ ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଥିଲା । ଛାତ୍ରୀଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ରହିଥିଲା । ଏହାସହ ଆଗାମୀ ୨୪ ଘଣ୍ଟା ବେଶ ଗୁରୁତ୍ବପୂର୍ଣ୍ଣ ବୋଲି ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ବାସ ପୂର୍ବରୁ ସୂଚନା ଦେଇଥିଲେ । ହେଲେ ବର୍ତ୍ତମାନ ଛାତ୍ରୀ ଜଣକଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏମ୍ସର ୧୦ଜଣିଆ ଡାକ୍ତରୀ ଦଳ ଚିକିତ୍ସା କରୁଥିଲେ ବି ଏପର୍ଯ୍ୟନ୍ତ ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥାରେ କିଛି ଉନ୍ନତି ଆସିନଥିଲା । ଛାତ୍ରୀଙ୍କ ଫୁସଫୁସ ଓ କିଡନୀ ପ୍ରଭାବିତ ହୋଇଥିଲା । ତେବେ ଛାତ୍ରୀଙ୍କ ମୃତ୍ୟୁ ପରେ ବିଳମ୍ବିତ ରାତିରେ ମୃତଦେହର ବ୍ୟବଚ୍ଛେଦ କରାଯାଇଥିଲା । ବ୍ୟବଚ୍ଛେଦ ପରେ ଆମ୍ବୁଲାନ୍ସ ଯୋଗେ ଛାତ୍ରୀଙ୍କ ମୃତଦେହକୁ ତାଙ୍କ ନିଜ ଘର ବାଲେଶ୍ବର ଭୋଗରାଇ ଅଞ୍ଚଳକୁ ନିଆଯାଇଛି ।

ସୂଚନା ମୁତାବକ, ଆତ୍ମହତ୍ୟା ଉଦ୍ୟମ କରିବା ଆଗରୁ ସମ୍ପୃକ୍ତ ଛାତ୍ରୀ କଲେଜ ଅଧ୍ୟକ୍ଷ ଦିଲ୍ଲୀପ ଘୋଷଙ୍କ ନିକଟରେ ଅଭିଯୋଗ କରିଥିଲେ । ହେଲେ କଲେଜ ଅଧ୍ୟକ୍ଷ ସମ୍ପୃକ୍ତ ଛାତ୍ରୀଙ୍କୁ ବୁଝାଇବାକୁ ଉଦ୍ୟମ କରିଥିଲେ । ଆଉ ଅଧ୍ୟକ୍ଷ ରୁମରୁ ବାହାରି ନିଜ ଦେହରେ ନିଆଁ ଲଗାଇଦେଇଥିଲେ ସମ୍ପୃକ୍ତ ଛାତ୍ରୀ ।