ଭୁବନେଶ୍ୱର,୨/୧୦: ଗାନ୍ଧୀ ଜୟନ୍ତୀ ଏବଂ ଶାସ୍ତ୍ରୀ ଜୟନ୍ତୀ ଅବସରରେ ରାଜଘାଟରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହାସହ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୁର ଶାସ୍ତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ସତ୍ୟ ଓ ଅହିଂସାର ପ୍ରତୀକ ‘ମହାତ୍ମା ଗାନ୍ଧୀ’ଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ପ୍ରଣାମ। ତାଙ୍କ ପ୍ରଦର୍ଶିତ ସ୍ୱଦେଶୀ ଓ ଆତ୍ମନିର୍ଭରତାର ମାର୍ଗ ଆଜି ବିକଶିତ ଭାରତର ମୂଳମନ୍ତ୍ର ସାଜିଛି। ତାଙ୍କ ଆଦର୍ଶ ସର୍ବଦା ଆମ ପାଇଁ ପ୍ରେରଣା ହୋଇ ରହିବ । ସୂଚନାଯୋଗ୍ୟ, ମହାତ୍ମା ଗାନ୍ଧୀ ୧୮୬୯ ମସିହା ଅକ୍ଟୋବର ୨ରେ ଗୁଜରାଟରେ ଜନ୍ମଗ୍ରହଣ କରିଥିଲେ। ଗାନ୍ଧୀ ସତ୍ୟ ଏବଂ ଅହିଂସା ମାଧ୍ୟମରେ ଦେଶର ସ୍ୱାଧୀନତା ଆନ୍ଦୋଳନକୁ ନୂଆ ରୂପ ଦେଇଥିଲେ।