ଭୁବନେଶ୍ୱର, ୧୨/୦୫: ଆକାଶ ଛୁଆଁ ହେବାରେ ଲାଗିଛି ସୁନା ଦର। ହେଲେ ସୁନା କିଣିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଖୁସି ଖବର। କମିଲା ସୁନା ଦର। ସୁନା ଦରରେ ହୋଇଛି ପରିବର୍ତ୍ତନ। ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୧୬୫୦ଟଙ୍କା ହ୍ରାସ ପାଇଛି । ୨୪ କ୍ୟାରେଟ୍ ସୁନା ୧୮୦୦ଟଙ୍କା କମିଛି । ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୮,୬୮୦ ଟଙ୍କା ରହିଥିଲା। ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୧୮୦୦ଟଙ୍କା ହ୍ରାସ ପାଇବା ସହ ୯୬,୮୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୧୬୫୦ଟଙ୍କା ହ୍ରାସ ୯୦,୪୫୦ଟଙ୍କାରୁ ୮୮,୮୦୦ ଟଙ୍କା ରହିଛି ।ସେହିପରି ଗତକାଲି କଟକରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ୯୮,୬୮୦ ଟଙ୍କା ରହିଥିଲା । ଆଜି କଟକରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର୧୮୦୦ଟଙ୍କା ହ୍ରାସ ପାଇ ୯୬,୮୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା୧୬୫୦ ଟଙ୍କା ହ୍ରାସ ୯୦,୪୫୦ଟଙ୍କାରୁ ୮୮,୮୦୦ ଟଙ୍କା ରହିଛି ।