ଭୁବନେଶ୍ୱର,୨/୦୧: ଜାନୁଆରି ୧୦ରୁ ମିଳିବ ଗ୍ରୀନ ଷ୍ଟିକର । ଏନେଇ ଘୋଷଣା କରିଛି ରାଜ୍ୟ ପରିବହନ ବିଭାଗ । ତେବେ ବର୍ତ୍ତମାନ ପ୍ରଦୂଷଣ ସାର୍ଟିଫିକେଟକୁ ନେଇ ଗାଡ଼ିଚାଳକମାନେ ଟେନସନରେ ଅଛନ୍ତି । ଆଉ ଏହାରି ଭିତରେ ପରିବହନ ବିଭାଗ କରିଛି ବଡ଼ ଘୋଷଣା । ଓଡ଼ିଶା ପରିବହନ ବିଭାଗ ଘୋଷଣା କରିଛି ଯେ, ବୈଧ ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (PUCC)ଥିବା ଯାନବାହାନଗୁଡ଼ିକ ପାଇଁ ୧୦ ଜାନୁଆରି ୨୦୨୬ ଠାରୁ ସବୁଜ ରଙ୍ଗର PUCC ବୈଧତା ଷ୍ଟିକର୍ ଉପଲବ୍ଧ ହେବ।
ବିଭାଗ ଜାରି କରିଥିବା ବିଜ୍ଞପ୍ତି ଅନୁଯାୟୀ, ଯେଉଁ ଯାନବାହାନ ମାଲିକମାନେ ପୂର୍ବରୁ ବୈଧ PUCC ପ୍ରାପ୍ତ କରିସାରିଛନ୍ତି, ସେମାନେ ନିଜ ନିକଟସ୍ଥ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO)ରୁ ଏହି ସବୁଜ ଷ୍ଟିକର୍ ପାଇପାରିବେ। ଏହି ପ୍ରକ୍ରିୟାକୁ ସୁଗମ କରିବା ପାଇଁ ସମସ୍ତ RTOରେ ବିଶେଷ କାଉଣ୍ଟର ଖୋଲାଯିବ।