ଆସନ୍ତା ୧୧ ପର୍ଯ୍ୟନ୍ତ ରାଜ୍ୟରେ ଅନୁଭୂତ ହେବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ!

ଭୁବନେଶ୍ୱର,୦୮/୦୬: କିଛି ଦିନ ବର୍ଷା ପରେ ଆଜିଠୁ ରାଜ୍ୟରେ ଅନୁଭୂତ ହୋଇପାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ । ୪୩ ଡିଗ୍ରି ପହଞ୍ଚିପାରେ ତାତି। ସୁନ୍ଦରଗଡ଼, ଦେବଗଡ଼, ନୟାଗଡ଼, ସୋନପୁର ଆଦି ଜିଲ୍ଲାରେ ଆଜି ୪୨ ଡିଗ୍ରି ପାରଦ ପହଞ୍ଚିପାରେ । ସେହିପରି ପଶ୍ଚିମ ଓଡ଼ିଶାରେ ଅନ୍ୟ କିଛି ଜିଲ୍ଲାରେ ୪୦ ଡିଗ୍ରି ଉପରେ ରହିପାରେ ତାପମାତ୍ରା । ଏହାସହ ଉପକୂଳ ଓଡ଼ିଶାର ମଧ୍ୟ ବିଭିନ୍ନ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ମଧ୍ୟମରୁ ହାଲୁକା ବର୍ଷା ବି ରେକର୍ଡ ହୋଇଛି ।

Leave a Reply

Your email address will not be published. Required fields are marked *