ଲଘୁଚାପ ପୂର୍ବରୁ ଦୁଇ ଦିନ ପବ୍ରଳ ବର୍ଷା, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୩/୦୭: ଲଘୁଚାପ ପୂର୍ବରୁ ଦୁଇ ଦିନ ପବ୍ରଳ ବର୍ଷା ହେବାର ଆଶଙ୍କା ରହିଛି । ଉପକୁଳ, ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବିଜୁଳି ନେଇ ଆଜି ଓ ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାଗୁଡିକ ହେଉଛି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ପୁରୀ,କଟକ, ଖୋର୍ଦ୍ଧା, ଜଗତସିଂହପୁର, ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ମୟୁରଭଞ୍ଜ, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼ । ଆଜି ଉତ୍ତର ବଙ୍ଗୋପସାଗରରେ ପୁଣି ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ୧୫ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହୋଇପାରେ । ପାଣିପାଗ ବିଜ୍ଞାନୀଙ୍କ ଆକଳନ ମୁତାବକ, ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ଅର୍ଥାତ ୨୧ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ । ଲଘୁଚାପ ପ୍ରଭାବରେ ତେବେ ୧୭ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ଆକଳନ କରାଯାଇଛି ।

Leave a Reply

Your email address will not be published. Required fields are marked *