ନୂଆଦିଲ୍ଲୀ,୧୦/୦୫: ଭାରତ-ପାକ୍ ମଧ୍ୟରେ ଅସ୍ତ୍ରବିରତି ଲାଗୁ ହୋଇଛି। ସନ୍ଧ୍ୟା ୫ଟାରୁ ଅସ୍ତ୍ରବିରତି ଲାଗୁ ନେଇ ଘୋଷଣା ହୋଇଛି । ଏନେଇ ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ସୀମାରେ ଆଉ ଫୁଟିବନି ଗୁଳି, ଶୁଭିବନି ଯୁଦ୍ଧ ବିମାନର ଗର୍ଜନ । କାରଣ ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗିଥିବା ଯୁଦ୍ଧ ଉପରେ ବିରାମ ଲାଗିଛି । ଏନେଇ ଭାରତର ବିଦେଶ ସଚିବ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି । ଚଳିତମାସ ୧୨ ତାରିଖରେ ଉଭୟ ଭାରତ ଓ ପାକିସ୍ତାନର ଡିଜିଏମଓଙ୍କ ମଧ୍ୟରେ ବାକି ଆଲୋଚନା ହେବ । ଯୁଦ୍ଧ ବିରାମ ପାଇଁ ପ୍ରଥମେ ଦିନ ୩ଟା ୩୦ ମିନିଟରେ ପାକିସ୍ତାନ ଡିଜିଏମଓ ଅସ୍ତ୍ରବିରତି ପାଇଁ ଭାରତକୁ ଫୋନ କରିଥିଲେ ।ଏହି କ୍ରମରେ ଆଜି ସନ୍ଧ୍ୟା ୫ଟାରୁ ଜଳ, ସ୍ଥଳ ଓ ଆକାଶ ସବୁପଟୁ ଗୁଳିଗୋଳା କାର୍ଯ୍ୟାନୁଷ୍ଠାନ ବନ୍ଦ ରହିବ ।