ଯାଜପୁରରେ ଅଘଟଣ, ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣରେ ଜଣେ ଶିଶୁକନ୍ୟାଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧/୧୦: ଯାଜପୁର ଜିଲ୍ଲାରେ ଘଟିଛି ଅଭାବନୀୟ ଘଟଣା । ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣରେ ଜଣେ ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଥିବା ବେଳେ ପରିବାରର ଅନ୍ୟ ଦୁଇ ଜଣ ଗୁରୁତର ହୋଇଛନ୍ତି। ଧର୍ମଶାଳା ଥାନା ଅନ୍ତର୍ଗତ ଆରାବଳ ଗାଁରେ ରୋଷେଇ ଚାଲିଥିବା ସମୟରେ ଏହି ବିସ୍ଫୋରଣ ଘଟିଥିବା ଜଣାପଡ଼ିଛି ।ଏହି ଅଘଟଣରେ ଗୁରୁତର ହୋଇଥିବା ଦୁଇ ଜଣଙ୍କୁ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି। ଘଟଣା ପରେ ସମଗ୍ର ଗାଁରେ ଶୋକର ଛାୟା ଖେଳିଯାଇଛି । ଅନ୍ୟପଟେ, ବିସ୍ଫୋରଣର ପ୍ରକୃତ କାରଣ ଏଯାଏଁ ଜଣାପଡ଼ିନାହିଁ । ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି ।

Leave a Reply

Your email address will not be published. Required fields are marked *