ନୂଆପଡା ଉପନିର୍ବାଚନ, ଜୟ ଢୋଲକିଆ ହୋଇପାରନ୍ତି ବିଜେଡି ପ୍ରାର୍ଥୀ !

ଭୁବନେଶ୍ୱର,୦୮/୧୦: ନୂଆପଡା ଉପନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ସବୁ ଦଳର କସରତ ଆରମ୍ଭ ହୋଇଛି । ଉପନିର୍ବାଚନ ପାଇଁ ପ୍ରଥମ ଦଳ ଭାବେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କୁ ଦଳ ପ୍ରାର୍ଥୀ କରିଛି । ଘାସିରାମ ମାଝୀଙ୍କୁ ଦଳର ପ୍ରାର୍ଥୀ ଭାବେ ଏଆଇସିସି ପକ୍ଷରୁ ନାମ ଘୋଷଣା କରାଯାଇଛି । ଆସନ୍ତା ନଭେମ୍ବର ୧୧ ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଗ୍ରହଣ କରାଯିବ । ଏଥି ପାଇଁ କଂଗ୍ରେସ ପ୍ରସ୍ତୁତି ଆରମ୍ଭ କରିଦେଇଛି । ନୂଆପଡ଼ା ଜିଲ୍ଲା କଂଗ୍ରେସ କମିଟିର ସଭାପତି ଘାସିରାମ ମାଝୀଙ୍କୁ ଦଳୀୟ ପ୍ରାର୍ଥୀ କରିବା ପାଇଁ ସୋମବାର ପିସିସି ସଭାପତି ଭକ୍ତ ଚରଣ ଦାସ ଓ ପିସିସିର ରାଜନୈତିକ ବ୍ୟାପାର କମିଟିର ସର୍ବସମ୍ମତ ପ୍ରସ୍ତାବରେ ମଙ୍ଗଳବାର ମୋହର ଲଗାଇଛି ଏଆଇସିସି ।ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରଠାରୁ ସମ୍ଭାବ୍ୟ ଉପନିର୍ବାଚନ ନେଇ ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି । ଏହାରି ଭିତରେ ନୂଆପଡା ଉପନିର୍ବାଚନକୁ ନେଇ ବିଜେଡି ବରିଷ୍ଠ ଉପସଭାପତି ଦେବୀ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଜୟ ଢୋଲକିଆ ହେବେ ବିଜେଡି ପ୍ରାର୍ଥୀ କାରଣ , ସ୍ଥାନୀୟ ବିଜେଡି ନେତାଙ୍କ ଆବେଗ ରହିଛି ତାଙ୍କ ପରିବାର ବର୍ଗକୁ ଟିକେଟ ଦେବା ପାଇଁ ସବୁ ଦଳ ଯେତେ ଦମ୍ଭ ଦେଖାଇଲେ ମଧ୍ୟ ସମସ୍ତେ ଜଣାନ୍ତି ନୂଆପଡ଼ା ଜିଲ୍ଲାକୁ ବିଜୁ ବାବୁ ସୃଷ୍ଟି କରିଥିଲେ । ଢୋଲକିଆ ନୂଆପଡ଼ାର ଉନ୍ନତି ପାଇଁ ଅନେକ କାମ କରିଛନ୍ତି ।