କାର୍ତ୍ତିକ ପୂର୍ଣ୍ଣିମାରେ ରାଜ ରାଜେଶ୍ୱର ବେଶରେ ଦର୍ଶନ ଦେବେ ମହାପ୍ରଭୁ

ଭୁବନେଶ୍ୱର, ୨୪/୧୧: କାର୍ତ୍ତିକ ପୂର୍ଣ୍ଣିମାରେ ଉତ୍ସବମୁଖର ଶ୍ରୀକ୍ଷେତ୍ର । ଆଜି ପବିତ୍ର କାର୍ତ୍ତିକ ମାସର ଅନ୍ତିମ ଦିନ । ପଞ୍ଚୁକ ବ୍ରତର ଶେଷ ଦିନ ସହ ପାଳିତ ହେଉଛି କାର୍ତ୍ତିକ ପୂର୍ଣ୍ଣିମା । ଏହି ପବିତ୍ର ଦିନରେ ଶ୍ରୀକ୍ଷେତ୍ର ପୁରୀରେ ଦେଖିବାକୁ ମିଳିଛି ଭକ୍ତି ଓ ଆଧ୍ୟାତ୍ମିକତାର ଅପୂର୍ବ ପରିବେଶ । ଲକ୍ଷାଧିକ ଭକ୍ତଙ୍କ ସମାଗମରେ ଚଳଚଞ୍ଚଳ ହୋଇଉଠିଛି ପୁରା ଶ୍ରୀକ୍ଷେତ୍ର ।ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ଏହି ଅବସରରେ ଶ୍ରୀଜିଉମାନେ ରାଜ ରାଜେଶ୍ୱର ବେଶରେ ସଜ୍ଜିତ ହୋଇ ଭକ୍ତମାନଙ୍କୁ ଦର୍ଶନ ଦେବେ । ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରିବା ପାଇଁ ଭକ୍ତଙ୍କ ମଧ୍ୟରେ ବେଶ୍ ଉତ୍କଣ୍ଠା ଦେଖିବାକୁ ମିଳିଛି ।

Leave a Reply

Your email address will not be published. Required fields are marked *