ଭୁବନେଶ୍ୱର,୨୦/୧୧: ସରିଲା ବାତ୍ୟାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା। ସ୍ଥଳଭାଗ ଅତିକ୍ରମ କଲା ବାତ୍ୟା ଅକଭାନ୍ । ଗୋପାଳପୁର ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି ବାତ୍ୟା। ଲ୍ୟାଣ୍ଡଫଲ୍ ସମୟରେ ଘଣ୍ଟାପ୍ରତି ୭୦ରୁ ୮୦ କିଲୋମିଟର ବେଗରେ ପବନ ବହିଥିବା ବେଳେ ଝଟକା ପବନର ବେଗ ୯୦ କିଲୋମିଟର ପର୍ଯ୍ୟନ୍ତ ରହିଥିଲା ।ବାତ୍ୟାର ପ୍ରଭାବରେ ଉପକୂଳ ଅଞ୍ଚଳରେ ପ୍ରବଳ ପବନ ସାଙ୍ଗକୁ ବର୍ଷା ଜାରି ରହିଛି । ବିଶେଷକରି ଗୋପାଳପୁର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ଅଧିକ ପ୍ରଭାବିତ ହୋଇଛି ।ତେବେ ସ୍ଥଳଭାଗ ଅତିକ୍ରମ କରିବା ପରେ ମଧ୍ୟ ବାତ୍ୟାର ପ୍ରଭାବ ସମ୍ପୂର୍ଣ୍ଣ ଶେଷ ହୋଇନାହିଁ । ପବନ ଓ ବର୍ଷାକୁ ନେଇ ଲୋକଙ୍କୁ ସତର୍କ ରହିବାକୁ ପଡ଼ିବ । ପ୍ରଶାସନର ନିର୍ଦ୍ଦେଶ ମାନିବା ସହ ଅତି ଆବଶ୍ୟକ ନଥିଲେ ଘରୁ ବାହାରକୁ ନଯିବାକୁ ପରାମର୍ଶ ।