ପୁଣିଥରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର, ୧୧/୧୦: ପୁଣିଥରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଆସନ୍ତା ଅକ୍ଟୋବର ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ସୂଚନା ଅନୁସାରେ, ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ମଲାକା ପ୍ରଣାଳୀ ଉପରେ ସକ୍ରିୟ ରହିଛି । ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୯.୪ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି । ଏହି ଘୂର୍ଣ୍ଣିବଳୟ ଆଜି ଆଣ୍ଡାମାନ ସାଗର ଅଞ୍ଚଳକୁ ପ୍ରବେଶ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଅକ୍ଟୋବର ୧୩ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଗଠନ ହୋଇପାରେ ।

Leave a Reply

Your email address will not be published. Required fields are marked *