ମହାନଦୀ ଜଳ ବିବାଦ: ଗଠନ ହେଲା ଉଚ୍ଚସ୍ତରୀୟ କମିଟି, ଜାଣନ୍ତୁ କମିଟିରେ ଅଛନ୍ତି କିଏ କିଏ ?

ଭୁବନେଶ୍ୱର,୧୦/୧୨: ମହାନଦୀ ଜଳ ବିବାଦର ସମାଧାନ କରିବା ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି । ଉପ-ମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ କରିଛନ୍ତି ରାଜ୍ୟ ସରକାର । ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନଦୀ ଜଳ ବିବାଦର ସମାଧାନ କରିବାକୁ ଏକ କମିଟି ଗଠନ କରିବାକୁ ନିର୍ଦ୍ଦେଶ ଦେଇଥିଲେ, ଯାହାପରେ ଏହି ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି । ଗୁରୁତ୍ୱପୂର୍ଣ୍ଣ କଥା ହେଲା ଏହି କମିଟିରେ ଉଭୟ ଶାସକ ସହିତ ବିରୋଧୀ ଦଳର ସଦସ୍ୟ ମଧ୍ୟ ଅଛନ୍ତି । ମିଳିଥିବା ସୂଚନା ଅନୁସାରେ ଏହି କମିଟି ମହାନଦୀ ଜଳ ସମ୍ବନ୍ଧୀୟ ସମସ୍ତ ଦିଗକୁ ପରୀକ୍ଷା କରିବ । ଏହି କମିଟିରେ ଅଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଓ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ, ସରୋଜ କୁମାର ପ୍ରଧାନ, ନିରଂଜନ ପୂଜାରୀ, ଜୟନାରାୟଣ ମିଶ୍ର ଓ ସୋଫିଆ ଫିର୍ଦୋସ୍ ।