ଆଜି ଜାଗର ବା ମହାଶିବରାତ୍ରି, ହର ହର ମହାଦେବରେ କମ୍ପୁଛି ସମସ୍ତ ଶୈବପୀଠ

ଭୁବନେଶ୍ୱର,୧୫/୦୨: ଆଜି ଜାଗର ବା ମହାଶିବରାତ୍ରି । ମହାଶିବରାତ୍ରୀ ପାଇଁ ମାଟିରୁ ଆକାଶ ସବୁଠି ଶିବମୟ, ହର ହର ମହାଦେବ ନାରାରେ ପ୍ରକମ୍ପିତ ହେଉଛି ଲିଙ୍ଗରାଜରୁ ଲୋକନାଥ ଓ ଧବଳେଶ୍ବରରୁ କପିଳାସ ପୀଠ । ସଜେଇ ହୋଇଛି ରାଜ୍ୟ ତଥା ଦେଶର ତମାମ ଶିବ ମନ୍ଦିର । ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ଠାରୁ ଆରମ୍ଭ କରି ସଠିକ ସମୟରେ ସମସ୍ତ ନୀତି ସମ୍ପାଦନ ଓ ମହାଦୀପ ଉଠିବା ନେଇ ନୀତିନିର୍ଘଣ୍ଟ ଧାର୍ଯ୍ୟ ହୋଇଛି । ରାତି ୧୦ଟାରେ ମହାଦୀପ ଉଠିବା ପାଇଁ ସହମତି ହୋଇଛି । ଆଠଗଡ଼ର ଆରାଧ୍ୟ ବାବା ଧବଳେଶ୍ବରଙ୍କ ପୀଠରେ ମଧ୍ୟ ଭକ୍ତଙ୍କ ଭିଡ଼ ଜମିଛି । କେତକୀ ଫୁଲରେ ସଜେଇ ହୋଇ ବଡ଼ସିଂହାର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର ।ବଲାଙ୍ଗୀରର ହରିଶଙ୍କର, ଢେଙ୍କାନାଳର କପିଳାସ, ଆରଡ଼ିର ଆଖଣ୍ଡଳମଣି, କୋରାପୁଟର ଗୁପ୍ତେଶ୍ବର ପୀଠ ସମେତ ରାଜ୍ୟର ସମସ୍ତ ଶୈବପୀଠରେ ମହାଶିବରାତ୍ରୀ ପାଇଁ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି । ହିନ୍ଦୁ ଧର୍ମାବଲମ୍ବୀ ମାନଙ୍କ ପ୍ରମୁଖ ପର୍ବ ଗୁଡ଼ିକ ମଧ୍ୟରୁ ଅନ୍ୟତମ ମହାଶିବରାତ୍ରି । ଜାଗର ତିଥିରେ ରାତି ତମାମ ଉଜାଗର ରହି ପଶୁପତି ମହାଦେବ ଭୋଳାଶଙ୍କରଙ୍କୁ ମନରେ ସ୍ମରଣ କରି ଦୀପ ଜାଳିଥାନ୍ତି ଶ୍ରଦ୍ଧାଳୁ ।

Leave a Reply

Your email address will not be published. Required fields are marked *