ଭୁବନେଶ୍ୱର,୧୯/୦୭: ପୁଣି ଆସିଲା ଆଉ ଏକ ଛାତିଥରା ଘଟଣା । ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ବାଇଆ ବରର ଜଣେ ଯୁକ୍ତ-୨ ଛାତ୍ରୀଙ୍କୁ ନିଆଁ ଲଗାଇ ଜାଳିଲେ ତିନି ଜଣ ଦୁର୍ବୃତ୍ତ । ସାଇକେଲରେ ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ନାବାଳିକାକୁ ଅଟକାଇ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଛନ୍ତି । ଗୁରୁତର ଅବସ୍ଥାରେ ନାବାଳିକା ପୀଡ଼ିତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ । ନିଆଁ ଲିଭାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ଅବସ୍ଥା ବିଗିଡି ଯିବାରୁ ଭୁବନେଶ୍ବରକୁ ସ୍ଥାନାନ୍ତର କରାଯାଇଛି । ଘଟଣା ସ୍ଥଳରେ ବଳଙ୍ଗା ପୋଲିସ ଛାନ ଭିନ୍ ଆରମ୍ଭ କରିଛି । ବାଲେଶ୍ବର ଏଫ୍ଏମ୍ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଥିବାବେଳେ ଏବେ ନିମାପଡ଼ାର ଏ ଘଟଣା ସଭ୍ୟ ସମାଜ ଉପରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି ।