ଭୁବନେଶ୍ୱର,୩୧/୦୫: ପୁଣି ବାଜିଲା ସାଇରନ, ପୁଣି ହେଉଛି ବ୍ଲାକଆଉଟ୍ । ପୁଣିଥରେ ଦେଶର ସୁରକ୍ଷାକୁ ନେଇ ଚର୍ଚ୍ଚା । ଅପରେସନ୍ ସିଲ୍ଡ ଅନ୍ତର୍ଗତ ସଂଧ୍ୟା ୫ଟାରୁ ଜମ୍ମୁ-କାଶ୍ମୀର, ପଞ୍ଜାବ, ରାଜସ୍ଥାନ, ଗୁଜରାଟ ହରିୟାଣା ଓ ଚଣ୍ଡିଗଡ଼ରେ ଅନୁଷ୍ଠିତ ହେଉଛି ମକଡ୍ରିଲ୍ । ସମ୍ଭାବ୍ୟ ଏୟାର ଷ୍ଟ୍ରାଇକ୍ ଓ ଡ୍ରୋନ୍ ଆକ୍ରମଣର ମୁକାବିଲା ପାଇଁ ଏସବୁ ରାଜ୍ୟକୁ ଅପରେସନ୍ ସିଲ୍ଡରେ ସାମିଲ କରାଯାଇଛି । ରାତି ୯ଟା ପର୍ଯ୍ୟନ୍ତ ସବୁ ଜିଲ୍ଲାରେ ସିଭିଲ ଡିଫେନ୍ସ ଏକ୍ସରସାଇଜ୍ କରାଯିବ, ଯେଉଁଥିରେ ୩୨ହଜାର ସିଭିଲ ଡିଫେନ୍ସ ସ୍ୱେଚ୍ଛାସେବୀ ସାମିଲ ହୋଇଛନ୍ତି । ସମସ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକରେ ରାତି ୮ଟାରୁ ୮ଟା ୧୫ ପର୍ଯ୍ୟନ୍ତ ୧୫ ମିନିଟ୍ ବ୍ଲାକଆଉଟ୍ ହୋଇଛି। ବର୍ତ୍ତମାନର ଜରୁରୀକାଳୀନ ବ୍ୟବସ୍ଥାର ପରୀକ୍ଷଣ କରିବା, ବେସାମରିକ ପ୍ରଶାସନ, ପ୍ରତିରକ୍ଷା ବାହିନୀ ଏବଂ ସ୍ଥାନୀୟ ସମୁଦାୟ ମଧ୍ୟରେ ସମନ୍ୱୟରେ ଉନ୍ନତି ଆଣିବା ହେଉଛି ଏହି ଅଭ୍ୟାସର ଉଦ୍ଦେଶ୍ୟ । ଏହାଦ୍ୱାରା ଯେକୌଣସି ସଙ୍କଟର ତ୍ୱରିତ ଓ ପ୍ରଭାବୀ ମୁକାବିଲା ସୁନିଶ୍ଚିତ ହୋଇପାରିବ।