ଆଗାମୀ ୪, ୫ ଦିନ ଭିତରେ କେରଳ ଛୁଇଁପାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର,୨୦/୦୫: ଆଗାମୀ ୪, ୫ ଦିନ ଭିତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁପାରେ କେରଳ । ଏନେଇ ପାଗ ଅନୁକୂଳ ରହିଛି । ଫଳରେ ଏଥରେ ମୌସୁମୀ ବାୟୁ ଶୀଘ୍ର ଆସିପାରେ । ସେପଟେ ମେ’ ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସମ୍ଭାବନା ରହିଛି । ରାଜ୍ୟରେ ବର୍ତ୍ତମାନ ଗରମ ଗୁଳୁଗୁଳି ଜାରି ରହିଛି। ଉପକୂଳବର୍ତ୍ତୀ ଜିଲ୍ଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଗଞ୍ଜାମ, ଗଜପତିରେ ଗରମ ଗୁଳୁଗୁଳିକୁ ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୪ ଦିନ ପାଇଁ କାଳବୈଶାଖୀ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୨୩ ମେ’ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗିରହିବ ।

Leave a Reply

Your email address will not be published. Required fields are marked *