ବାତ୍ୟା ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଦୁଇ ଦିନ ବନ୍ଦ ରହିବ ନନ୍ଦନକାନନ

ଭୁବନେଶ୍ୱର,୧୯/୧୧: ବାତ୍ୟା ‘ଅକ୍‌ଭାନ’କୁ ନେଇ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ବାତ୍ୟା ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ବନ୍ଦ ରହିବ ନନ୍ଦନକାନନ। ଖୋର୍ଦ୍ଧା ଜିଲ୍ଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ଆଲର୍ଟ ଜାରି କରିଥିବାରୁ ଦୁଇ ଦିନ ପାଇଁ ଚିଡ଼ିଆଖାନା ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି । ଆଜି ଓ ଆସନ୍ତାକାଲି ଅର୍ଥାତ୍ ଦୁଇ ଦିନ ଧରି ନନ୍ଦନକାନନକୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯିବ । ଏନେଇ ଚିଡ଼ିଆଖାନାର ଉପନିର୍ଦ୍ଦେଶକ ସୂଚନା ଦେଇଛନ୍ତି । ବାତ୍ୟା ଜନିତ ସମ୍ଭାବ୍ୟ ବର୍ଷା ଓ ପବନକୁ ଦୃଷ୍ଟିରେ ରଖି ଏହି ସତର୍କତାମୂଳକ ନିଷ୍ପତ୍ତି ନିଆଯାଇଛି ।

Leave a Reply

Your email address will not be published. Required fields are marked *