ଭୁବନେଶ୍ୱର,୦୪/୦୪: ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ । ଏହାକୁ ନେଇ ଦଳ ଏବେ ଠାରୁ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଦେଇଛି । ଆଉ ଏଥର ମଇଦାନକୁ ନବୀନ ପଟ୍ଟନାୟକ ଓହ୍ଲାଉଥିବା ଖବର ମିଳିଛି । ଏହି କ୍ରମରେ ନବୀନ ପଟ୍ଟନାୟକ ଜିଲ୍ଲା ଗସ୍ତ କରିବେ । ଅକ୍ଟୋବର, ନଭେମ୍ବରରୁ ନବୀନ ପଟ୍ଟନାୟକ ଜିଲ୍ଲାରୁ ଜିଲ୍ଲା ବୁଲି ପୁଣି ସଂଗଠନକୁ ତୃଣମୂଳ ସ୍ତରରୁ ସଂଗଠିତ କରିବାକୁ ଚେଷ୍ଟା କରିବେ । ଏନେଇ ଜିଲ୍ଲାର ନେତାମାନଙ୍କୁ ବିଜେଡି କାର୍ଯ୍ୟାଳୟରୁ ଖବର ଯାଇଛି । ଗସ୍ତ ବେଳେ ନବୀନ ପଟ୍ଟନାୟକ ଦଳରୁ ଦୂରେଇ ଯାଇଥିବା ଲୋକଙ୍କୁ ପୁଣି ଦଳ ଭିତରକୁ ଫେରାଇଆଣିବାକୁ ଚେଷ୍ଟା କରିବେ । ବିଜେଡି ସପକ୍ଷରେ ନିର୍ବାଚନ କେମିତି ଯିବ ସେନେଇ କାମ ଆରମ୍ଭ ହେଲାଣି। ଦଳୀୟ ବିଧାୟକଙ୍କ ଠାରୁ ଆରମ୍ଭ କରି ହାରିଥିବା ନେତା ମଧ୍ୟ କାମ ଆରମ୍ଭ କରିଦେଲେଣି। ପଞ୍ଚାୟତ ସ୍ତରରେ ଯେଉଁ ମାନେ ଦୁର୍ନୀତି କରିଛନ୍ତି । ଲୋଭ ଓ ଲାଭରେ ଅଛନ୍ତି ସେମାନେ ଦଳ ଛାଡୁଛନ୍ତି। ଯେଉଁମାନେ ଲୋକଙ୍କ ପାଇଁ କାମ କରୁଛନ୍ତି ସେମାନେ ଦଳ ସହିତ ଅଛନ୍ତି ବୋଲି କହିଛନ୍ତି ବିଶ୍ୱରଞ୍ଜନ ମଲ୍ଲିକ ।