ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟ୍ ଦେବନି ବିଜେଡି

ନୂଆଦିଲ୍ଲୀ,୦୮/୦୯: ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ । ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟ୍ ଦେବନି ବିଜେଡି । ଭୋଟ୍ ଦାନ ପ୍ରକ୍ରିୟାରୁ ବିଜେଡି ସାଂସଦମାନେ ବିରତ ରହିବା ନେଇ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି । ତେବେ ବର୍ତ୍ତମାନ ସମୟରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଅଛନ୍ତି । ବିଜେଡି ସାଂସଦଙ୍କ ସହ ଆଲୋଚନା ପରେ ଏପରି ନିଷ୍ପତ୍ତି ନେଇଛନ୍ତି ନବୀନ। ଜଗଦୀପ ଧନଖଡଙ୍କ ଇସ୍ତଫା ପରେ ବର୍ତ୍ତମାନ ଉପରାଷ୍ଟ୍ରପତି ନିର୍ବାଚନ ହେଉଛି । ଯେଉଁଥିରେ ଏନଡିଏ ସିପି ରାଧାକ୍ରିଷ୍ଣନଙ୍କୁ ପ୍ରାର୍ଥୀ କରିଥିବାବେଳେ, ବିରୋଧୀ ମେଣ୍ଟ ବି ସୁଦର୍ଶନ ରେଡ୍ଡୀଙ୍କୁ ପ୍ରାର୍ଥୀ କରିଛି । ତେବେ ଗଲା କିଛି ଦିନ ଧରି ଚର୍ଚ୍ଚା ହେଉଥିଲା, ଏହି ନିର୍ବାଚନରେ ବିଜେଡି କାହାକୁ ସମର୍ଥନ ଜଣାଇବ? ଆଉ ଶେଷରେ ବିଜେଡି ଏହି ନିର୍ବାଚନରେ ଭାଗ ନେବନି ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି ।