ନିର୍ମାଣ କୃଷକ ସଂଗଠନ ଏବଂ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ ପକ୍ଷରୁ ଆଜି ଓଡ଼ିଶା ବନ୍ଦ ଡାକରା

ଭୁବନେଶ୍ୱର,୩୦/୦୯: ନିର୍ମାଣ କୃଷକ ସଂଗଠନ ଏବଂ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ ପକ୍ଷରୁ ଆଜି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସମସ୍ତ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା ।  ବିଭିନ୍ନ ଦାବିକୁ ନେଇ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ରାଜ୍ୟବ୍ୟାପୀ ସାଧାରଣ ଧର୍ମଘଟ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି । ଏହି ବନ୍ଦ ଡାକରାକୁ ବିଜେଡି, କଂଗ୍ରେସ ଏବଂ ବାମପନ୍ଥୀ ଦଳ ଭଳି ପ୍ରମୁଖ ବିରୋଧୀ ଦଳଗୁଡ଼ିକ ସମର୍ଥନ ଜଣାଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ଗୃହ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆଇନ ଶୃଙ୍ଖଳା ପରିସ୍ଥିତି ବଜାୟ ରଖିବା ପାଇଁ ଆବଶ୍ୟକୀୟ ପ୍ରତିଷେଧକ ଏବଂ ସୁରକ୍ଷାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ରାସ୍ତାରୋକ, ଗାଡ଼ିମୋଟର ଚଳାଚଳ ବାଧାପ୍ରାପ୍ତ, ଟାୟାର ଜାଳିବା ଓ ଟ୍ରାଫିକ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି । କେନ୍ଦ୍ର ଓ ରାଜ୍ୟ ସରକାରୀ କାର୍ଯ୍ୟାଳୟଗୁଡ଼ିକ ଯେପରି ସ୍ୱାଭାବିକ ଭାବେ ଚାଲିପାରିବ, ସେଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ କୁହାଯାଇଛି । ଜରୁରୀକାଳୀନ ସେବାଗୁଡ଼ିକ ଯେପରି ପ୍ରଭାବିତ ନହୁଏ, ସେଥିପାଇଁ ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ।

Leave a Reply

Your email address will not be published. Required fields are marked *