ରାଜ୍ୟ କ୍ୟାବିନେଟରେ ୮ଟି ବିଭାଗର ୧୧ଟି ପ୍ରସ୍ତାବରେ ବାଜିଲା ମୋହର

ଭୁବନେଶ୍ୱର,୧୦/୦୧: ରାଜ୍ୟ କ୍ୟାବିନେଟର ବଡ ନିଷ୍ପତ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୮ଟି ବିଭାଗର ୧୧ଟି ପ୍ରସ୍ତାବରେ ବାଜିଛି ମୋହର । କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଶିଳ୍ପ, ଗୃହ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ପର୍ଯ୍ୟଟନ, ପଂଚାୟତିରାଜ ଓ ପାନୀୟ ଜଳ ଏବଂ ରାଜସ୍ବ ଆଦି ବିଭାଗର ପ୍ରସ୍ତାବ ଅନୁମୋଦନ ଲାଭ କରିଛି। ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗର ୩ଟି ଏବଂ ଜଳସମ୍ପଦ ବିଭାଗର ୨ ଟି ପ୍ରସ୍ତାବରେ ମୋହର ବାଜିଛି। କ୍ୟାବିନେଟ ନିଷ୍ପତ୍ତି ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ।