ରାଜ୍ୟରେ ଆଜି ଝଡ଼ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୧୫/୦୬: ରାଜ୍ୟରେ ଆଜି ବି ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଝଡ଼ବର୍ଷା ନେଇ ୭ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ । କୋରାପୁଟ, ରାୟଗଡ଼ା, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ସହ ୫୦ରୁ ୬୦ କିମି ପର୍ଯ୍ୟନ୍ତ ଝଟ୍‌କା ପବନ ବହିପାରେ। ସେହିପରି ୨୦ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *