ନୂଆଦିଲ୍ଲୀ,୨/୦୮: ଚାଷୀଙ୍କ ପାଇଁ ଖୁସି ଖବର । ଚାଷୀଙ୍କ ଖାତାକୁ ଆସିଲା ପିଏମ୍ କିଷାନ୍ ଟଙ୍କା । ଚାଷୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା । ବାରାଣସୀରୁ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଚାଷୀଙ୍କୁ ପିଏମ କିଷାନ ସମ୍ମାନ ନିଧି ଯୋଜନାର ୨୦ ତମ କିସ୍ତି ପଠାଇଛନ୍ତି କେନ୍ଦ୍ର ସରକାର । ଉତ୍ତରପ୍ରଦେଶ ବାରାଣସୀରୁ ୨୦ ହଜାର ୫୦୦ କୋଟି ଟଙ୍କା ବାଣ୍ଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ୨ ହଜାର ଟଙ୍କା ଲେଖାଏଁ ଡିବିଟି ମାଧ୍ୟମରେ ଦେଶର ୯ କୋଟି ୭୦ ଲକ୍ଷରୁ ଉର୍ଦ୍ଧ୍ବ ଚାଷୀଙ୍କ ଆକାଉଣ୍ଟକୁ ଗଲା ଟଙ୍କା । ଓଡ଼ିଶାରୁ ୩୪ ଲକ୍ଷ ୮୫ ହଜାର ୮୮୧ ଜଣ ଚାଷୀ ଉପକୃତ ହେବେ । ଏହା ବିଶ୍ବର ସବୁଠୁ ବଡ଼ ଡାଇରେକ୍ଟ ବେନିଫିଟ ଯୋଜନା । ଏହି ଯୋଜନାରେ ଚାଷୀଙ୍କୁ ପ୍ରତିବର୍ଷ ୩ଟି କିସ୍ତିରେ ୬ ହଜାର ଟଙ୍କା ପ୍ରଦାନ କରାଯିବ। ପ୍ରତ୍ୟେକ ୪ ମାସ ବ୍ୟବଧାନରେ ବାର୍ଷିକ ୩ କିସ୍ତିରେ କୃଷକଙ୍କ ଆକାଉଣ୍ଟକୁ ୬ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ଏଥିରେ କୃଷକଙ୍କୁ ବାର୍ଷିକ ୬ହଜାର ଟଙ୍କାର ସହାୟତା ମିଳୁଛି । ଏଥିରେ ୮୫ପ୍ରତିଶତରୁ ଅଧିକ ହିତାଧିକାରୀ ହେଉଛନ୍ତି କ୍ଷୁଦ୍ର ଏବଂ ନାମମାତ୍ର ଚାଷୀ । ପିଏମ୍ କିଷାନର ୪ହିତାଧିକାରୀଙ୍କ ମଧ୍ୟରୁ ଜଣେ ମହିଳା ହିତାଧିକାରୀ।