ଆଜି ଆସିବ ପିଏମ କିଷାନ ଟଙ୍କା, ଚାଷୀଙ୍କ ଆକାଉଣ୍ଟକୁ ଯିବ ୨୦୦୦ ଲେଖାଏଁ ଟଙ୍କା

ଭୁବନେଶ୍ୱର,୧୯/୧୧: ଚାଷୀଙ୍କ ପାଇଁ ଖୁସୀ ଖବର। ଆଜି ଆସିବ ପିଏମ କିଷାନ ଟଙ୍କା । ଚାଷୀଙ୍କ ଆକାଉଣ୍ଟକୁ ଯିବ ୨୦୦୦ ଲେଖାଏଁ ଟଙ୍କା । ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ୨୧ତମ କିସ୍ତି ପ୍ରଦାନ କରାଯିବ । ୯ କୋଟି କୃଷକଙ୍କ ପାଖକୁ ପଠାଯିବ ୧୮ହଜାର କୋଟି ଟଙ୍କା । ଭାରତ ସରକାରଙ୍କ କୃଷି ମନ୍ତ୍ରଣାଳୟ ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଅଧୀନରେ ୨୧ତମ କିସ୍ତି ପ୍ରଦାନ କରାଯିବ । ତାମିଲନାଡୁର କୋଇମ୍ବାଟୋରରୁ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏନେଇ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ସୂଚନା ଦେଇଛନ୍ତି ।