ଜୁନ ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର,୦୭/୦୬: ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜୁନ ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି ସମାରୋହରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି । ରାଜସ୍ୱ ମନ୍ତ୍ରୀ କହିଛନ୍ତି, ‘‘ଆମେ ୧୨ ତାରିଖରେ ଆସିବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିବେଦନ କରିଥିଲୁ । ହେଲେ ୨୦ ତାରିଖରେ ଆସିବା ନେଇ ସମୟ ଧାର୍ଯ୍ୟ ହୋଇଛି । ୧୨ ତାରିଖର ମୂଳ କାର୍ଯ୍ୟକ୍ରମ ୨୦ ତାରିଖକୁ ଘୁଞ୍ଚା ଯାଇଛି । ଶେଷ କାର୍ଯ୍ୟକ୍ରମ ୨୦ରେ ଅନୁଷ୍ଠିତ ହେବ । ଆଗକୁ ମୁଖ୍ୟମନ୍ତ୍ରୀ ପ୍ରେସ କନଫେରେନ୍ସ କରି ଏ ସମ୍ପର୍କରେ ବିସ୍ତୃତ ତଥ୍ୟ ଦେବେ । ଏହା ପରେ ଭିଜନ ଡକ୍ୟୁମେଣ୍ଟ ଉନ୍ମୋଚନ ହେବ । ୧୨ ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ଫାଇନାଲ ସୂଚୀ ଆଜି ସନ୍ଧ୍ୟା ସୁଦ୍ଧା ବାହାରିଯିବ । ’ସୂଚନା ଯୋଗ୍ୟ, ପୂର୍ବରୁ ବର୍ଷ ପୂର୍ତ୍ତି ଉପଲକ୍ଷେ ଜୁନ ୧୨ରୁ ୨୦ ତାରିଖ ପର୍ଯ୍ୟନ୍ତ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାର ଥିଲା। ଏ ନେଇ ୧୨ ତାରିଖରେ ଓଡିଶା ଆସି ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥାନ୍ତେ । ହେଲେ ପ୍ରଧାନମନ୍ତ୍ରୀଙ୍କ ଅନ୍ୟାନ୍ୟ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବାର ଥିବାରୁ ଓଡିଶା ଆସିବା କାର୍ଯ୍ୟକ୍ରମକୁ ଘୁଞ୍ଚାଇ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *