ଦିଲ୍ଲୀ ଏମ୍ସ ହସ୍ପିଟାଲରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩/୦୭:  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଦିଲ୍ଲୀ ଏମ୍ସ ହସ୍ପିଟାଲରେ ପୁରୀ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଛନ୍ତି । ସେ ସ୍ବାସ୍ଥ୍ୟାବସ୍ଥା ନେଇ ଏମ୍ସ ଡାକ୍ତରୀ ଟିମ୍‌ ଓ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା ହୋଇଛନ୍ତି । ପୀଡିତାଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ରାଜ୍ୟ ସରକାର ସଂପୂର୍ଣ୍ଣ ଭାବେ ଅବଗତ ଅଛନ୍ତି । ରାଜ୍ୟ ସରକାର ଆବଶ୍ୟକ ସହଯୋଗ ଯୋଗାଇ ଦେବେ ବୋଲି ପରିବାର ଲୋକଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି । ସେ ଶୀଘ୍ର ସୁସ୍ଥ ହୋଇଯାଆନ୍ତୁ, ମହାପ୍ରଭୁଙ୍କ ନିକଟରେ ଏତିକି ପ୍ରାର୍ଥନା । ସୂଚନାଯୋଗ୍ୟ ଯେ, ପୁରୀଜିଲ୍ଲା ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଆଜି ପୂର୍ବାହ୍ଣରେ ନିଜ ସାଙ୍ଗ ଘରକୁ କୌଣସି କାମରେ ଯାଉଥିଲା ।

ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଯାଇଥିଲେ। ସେଠାରେ ନିଆଁ ଲଗାଇ ଦେଇଥିଲେ। ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦୌଡ଼ିବାରେ ଲାଗିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ।