ଭୁବନେଶ୍ୱର, ୨୪/୦୬: ମିସନ ଶକ୍ତି ବିଭାଗ ପକ୍ଷରୁ ଆଜି ଭୁବନେଶ୍ୱରସ୍ଥିତ ମିଶନ ଶକ୍ତି ଭବନରେ ରାଜ୍ୟସ୍ତରୀୟ ‘ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀ’ ଆୟୋଜିତ ହୋଇଯାଇଛି। ଏହି ସମ୍ମିଳନୀରେ ରାଜ୍ୟର ୩୦ଟି ଜିଲ୍ଲାରୁ ପ୍ରାୟ ୩୩୦ ଜଣ ଜିଲ୍ଲାସ୍ତରୀୟ ମହାସଂଘର କାର୍ଯ୍ୟନିର୍ବାହୀ କମିଟିର ସଦସ୍ୟାମାନେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ୨,୮୮,୧୯୮ ଟି ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୪୭.୭୬ କୋଟି ଟଙ୍କାର ସୁଧ ଫେରସ୍ତ କରିଛନ୍ତି।ଏହି ସ୍ୱତନ୍ତ୍ର ଉତ୍ସବ ଅବସରରେ ୨୬ଟି ଜିଲ୍ଲାର ୨୩,୫୩୬ଟି ସ୍ଵୟଂ ସହାୟକ ଗୋଷ୍ଠୀକୁ ୪୫.୭୧ କୋଟି ଟଙ୍କାର ଆବର୍ତ୍ତନ ପାଣ୍ଠି (Revolving Fund) ପ୍ରଦାନ କରାଯାଇଛି।