ଦୂରାରୋଗ୍ୟରେ ପୀଡ଼ିତ ୧୬ ଜଣଙ୍କ ପାଇଁ ୧୪.୫୦ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫/୦୮:  ଭୁବନେଶ୍ୱର ୟୁନିଟ୍-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଆଜି ଅନୁଷ୍ଠିତ ହୋଇଛି ୨୦ତମ ରାଜ୍ୟସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ । ସକାଳେ ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚି ଲୋକଙ୍କ ସମସ୍ୟା ଶୁଣିଥିଲେ । ତାଙ୍କ ସହ ମନ୍ତ୍ରିମଣ୍ଡଳର ୧୦ ଜଣ ବରିଷ୍ଠ ମନ୍ତ୍ରୀଙ୍କ ସମେତ ବିଭିନ୍ନ ବିଭାଗର ସଚିବ ସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କରିଥିଲେ। ଉଭୟ ଅନଲାଇନ୍ ଓ ଅଫଲାଇନ୍ ମାଧ୍ୟମରେ ଆଜି ୬୦୦ରୁ ଅଧିକ ଅଭିଯୋଗପତ୍ର ଗ୍ରହଣ କରାଯାଇଛି ।ପ୍ରତିଥର ଭଳି ଆଜି ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଥମେ ବାହାରେ ଅପେକ୍ଷା କରିଥିବା ଦିବ୍ୟାଙ୍ଗ ଓ ଦୂରାରୋଗ୍ୟରେ ପୀଡ଼ିତ ଲୋକଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଥିଲେ । ଅଭିଯୋଗପତ୍ର ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହାସହ ଦୂରାରୋଗ୍ୟରେ ପୀଡ଼ିତ ୧୬ ଜଣଙ୍କ ପାଇଁ ସିଙ୍ଗଲ୍ ୱିଣ୍ଡୋ ବ୍ୟବସ୍ଥା ମାଧ୍ୟମରେ ମୋଟ ୧୪.୫୦ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *