ଓଡ଼ିଶାରେ ୪୦ ହଜାରରୁ ଊର୍ଦ୍ଧ୍ବ ମହିଳା ଗାଏବ ହୋଇଛନ୍ତି: ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୧/୦୭: ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ମହାସମାବେଶରେ ଯୋଗ ଦେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ  ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ଏପରି କହିଛନ୍ତି । ରଥଯାତ୍ରାରେ ଅବ୍ୟବସ୍ଥା ସହ ଡ୍ରାଇଭରଙ୍କ ଆନ୍ଦୋଳନକୁ ନେଇ ସଂଗୀନ ଅଭିଯୋଗ ଆଣିଛନ୍ତି ରାହୁଲ। ରଥଯାତ୍ରା ଅଘଟଣକୁ ନେଇ ଟାର୍ଗେଟ କରି ରାହୁଲ କହିଛନ୍ତି ଯେ ଆଦାନିଙ୍କ ପାଇଁ ରଥକୁ ରୋକାଯାଇଥିଲା। ରାହୁଲ କହିଛନ୍ତି ଯେ ଏହା ଆପଣଙ୍କ ସରକାର ନୁହେଁ, ଆଦାନିଙ୍କ ଭଳି ଉଦ୍ୟୋଗପତିଙ୍କ ସରକାର |ସେହିପରି ରାହୁଲ କହିଛନ୍ତି ଯେ ଓଡ଼ିଶାରେ ୪୦ ହଜାରରୁ ଊର୍ଦ୍ଧ୍ବ ମହିଳା ଗାଏବ ହୋଇଛନ୍ତି, ଏମାନେ କୁଆଡ଼େ ଗଲେ କେହି ଜାଣିନାହାନ୍ତି । ମହିଳାଙ୍କୁ ଦୁଷ୍କର୍ମ ହେଉଛି, କିନ୍ତୁ ସରକାର ନୀରବଦ୍ରଷ୍ଟା ପାଲଟିଛନ୍ତି । ସେହିପରି ଡ୍ରାଇଭର ଆନ୍ଦୋଳନ ପ୍ରସଙ୍ଗ ଉଠାଇ ସରକାରଙ୍କୁ ରାହୁଲ ଟାର୍ଗେଟ୍ କରିଛନ୍ତି । ସେ କହିଛନ୍ତି ଯେ ଡ୍ରାଇଭର ମହାସଂଘ ଉପରେ ଚାପ ପକାଯାଇଥିଲା, ସମାବେଶକୁ ଭଣ୍ଡୁର କରିବାକୁ ଉଦ୍ୟମ କରାଯାଇଥିଲା । କିନ୍ତୁ ଡ୍ରାଇଭର ମହାସଂଘ ସେମାନଙ୍କ କଥା ଶୁଣିଲେନି । ଏଥିପାଇଁ ଡ୍ରାଇଭର ମହାସଂଘକୁ ହୃଦୟରୁ ଧନ୍ୟବାଦ ଜଣାଉଛି । ସରକାର ଡ୍ରାଇଭରଙ୍କ ଦାବି ପୂରଣ କରିବା ଉଚିତ୍ । ରାହୁଲ କହିଛନ୍ତି ଯେ ମୁଁ ଏହି ସରକାର ବିରୋଧରେ ଲଢ଼ିବାକୁ ଚାହୁଁଛି, ଏଠାକାର ସରକାରଙ୍କୁ ହଟାଇବାକୁ ଚାହୁଁଛି ।