ଭୁବନେଶ୍ୱର,୨୬/୦୭: ପଶ୍ଚିମ ଓ ଉତ୍ତରବଂଗୋପସାଗର ଏବଂ ଓଡ଼ିଶା-ପଶ୍ଚିମବଂଗ ଉପକୂପଳରେ ସକ୍ରିୟ ରହିଛି ଏକ ଲଘୁଚାପ। କାଲି ଉତ୍ତରଓଡ଼ିଶା ଏବଂ ପଶ୍ଚିମବଂଗ ଉପକୂଳ ଦେଇ ଅତିକ୍ରମ କରିବ। ଏହାର ପ୍ରଭାବରେ ଆଗାମି ୬ଦିନ ଧରି ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ପଶ୍ଚିମ-ଉତ୍ତର ବଙ୍ଗୋପସାଗର ଏବଂ ଓଡ଼ିଶା-ପଶ୍ଚିମବଂଗ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଏହା ଘଣ୍ଟାପ୍ରତି ୧୦ କିଲୋମିଟର ବେଗରେ ଉତ୍ତରପଶ୍ଚିମ ଦିଗରେ ଗତି କରୁଛି। ଆଗାମି ୨୪ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବ। ଆସନ୍ତାକାଲି ପାରାଦୀପ ଏବଂ ସାଗର ଦ୍ବୀପ ମଧ୍ୟରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।
ଏହି ସ୍ଥିତିକୁ ଦେଖି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜୁଲାଇ ୨୬ ଅଗଷ୍ଟ ୧ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଳାକୁ ରେଡ୍, ଅରେଞ୍ଜ ଓ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଓ ବଲାଙ୍ଗିର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ।