ରାଜ୍ୟରେ ଜାରି ରହିବ ବର୍ଷାର ପ୍ରଭାବ, ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୦୪/୦୮: ରାଜ୍ୟରେ ଜାରି ରହିବ ବର୍ଷାର ପ୍ରଭାବ । ଆଜି ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଟ୍ୱିନ୍ ସିଟି ସମେତ ଉପକୂଳ ଓ ଉତ୍ତର ଓଡ଼ିଶାର ଅନେକ ଜିଲ୍ଲା ପାଇଁ ସତର୍କତା ଜାରି ହୋଇଛି । ଆସନ୍ତାକାଲି ୧୭ଟି ଜିଲ୍ଲା ଏବଂ ୬ ତାରିଖ ପାଇଁ ସମଗ୍ର ଓଡ଼ିଶାରେ ୟେଲୋ ଆଲର୍ଟ ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ପାଣିପାଗ ପରିବର୍ତ୍ତନର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ସତର୍କ ତାଲିକାରେ ରହିଛି ଟ୍ୱିନ୍ ସିଟି ଭୁବନେଶ୍ୱର ଓ କଟକ ସମେତ କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼ ଓ କେନ୍ଦୁଝର ଭଳି ଜିଲ୍ଲା । ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।ପାଣିପାଗ ବିଭାଗ ପକ୍ଷରୁ ବଜ୍ରପାତ ସମୟରେ ସତର୍କ ରହିବା ସହ ଆବଶ୍ୟକ ନଥିଲେ ଘରୁ ବାହାରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ସେପଟେ ଆସନ୍ତାକାଲି ପାଇଁ ୧୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି । ଏହାସହ ଅଗଷ୍ଟ ୬ ତାରିଖରେ ସାରା ଓଡ଼ିଶା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *