ଭୁବନେଶ୍ୱର,୨୫/୦୮: ପଶ୍ଚିମ ଓଡ଼ିଶାରେ ବର୍ଷା ପାଇଁ ଆଲର୍ଟ ଜାରି କରାଯାଇଛି । ବରଗଡ଼ରୁ ସୁନ୍ଦରଗଡ଼, ପ୍ରବଳରୁ ଅତି ପ୍ରବଳ ବର୍ଷାରେ ଭିଜିବ ପଶ୍ଚିମ ଓଡ଼ିଶା। ବରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ଭାରି ବର୍ଷା ନେଇ ସତର୍କ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ। ଆଜି ରାଜ୍ୟର ୧୭ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ଓ ଆସନ୍ତାକାଲି ଉତ୍ତର ଏବଂ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ। ତେବେ ଆସନ୍ତା ୨୭ ଓ ୨୮ ତାରିଖରେ ବର୍ଷାର ପ୍ରଭାବ ଉତ୍ତର ଓଡ଼ିଶା ଆଡ଼କୁ ବଢ଼ିବା ସମ୍ଭାବନା ରହିଛି। ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ପଶ୍ଚିମ ଓଡ଼ିଶାରେ ଭାରି ବର୍ଷାକୁ ନଜରରେ ରଖି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।