ଭୁବନେଶ୍ୱର, ୦୭/୦୯: ରାଜ୍ୟର ୬ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ସୁନ୍ଦରଗଡ଼, ନବରଙ୍ଗପୁର, ବରଗଡ଼, ବଲାଙ୍ଗୀର, କୋରାପୁଟ ଓ ନୂଆପଡ଼ା । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।