ଭୁବନେଶ୍ୱର,୨୭/୦୯: ବର୍ଷାରେ ଭିଜିବ ଦୁର୍ଗା ପୂଜା। ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ନୂତନ ଘୂର୍ଣ୍ଣିବଳୟ ପ୍ରବେଶ କରିବ । ଏହାର ପ୍ରଭାବରେ ଉତ୍ତର ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ, ଅକ୍ଟୋବର ୧ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଦଶହରା ବେଳକୁ ମଧ୍ୟ ବର୍ଷା ଲାଗି ରହିବ ବୋଲି ଆଶଙ୍କା କରାଯାଉଛି । । ଆସନ୍ତା ୨୪ ଘଣ୍ଟାରେ ଦୁର୍ବଳ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେବ । ଲଘୁଚାପ ପ୍ରଭାବରେ ଆହୁରି ୨୪ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା ଆକଳନ କରିଛି । ଆଗାମୀ ୨୪ ଘଣ୍ଟାରେ ସାରା ଓଡ଼ିଶାରେ ବିଜୁଳି ଘଡଘଡ଼ି ସହ ବର୍ଷା ହେବାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ମୟୁରଭଞ୍ଜ କେନ୍ଦୁଝର, ବରଗଡ଼, ବଲାଙ୍ଗୀର, ନୂଆପଡା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।