ଭୁବନେଶ୍ୱର,୧୦/୦୪: ଲଘୁଚାପ ପ୍ରଭାବରେ ଓଡ଼ିଶା ପାଗରେ ସାମାନ୍ୟ ପରିବର୍ତ୍ତନ ଆସିଛି। ଦିନର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇଛି। ଅଧିକାଂଶ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ କୋରାପୁଟ, ରାୟଗଡ଼ା, ଦେବଗଡ଼, କଳାହାଣ୍ଡି ଜିଲ୍ଲାରେ ବର୍ଷା ହୋଇଛି। ଆଜି ରାଜ୍ୟର ୨୫ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷାର ସମ୍ଭାବନା ରହିଛି। ୧୧ ଓ ୧୨ ତାରିଖରେ ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ରହିବ ଏବଂ ୧୩ ତାରିଖଠାରୁ ପାଗରେ ପରିବର୍ତ୍ତନ ଆସିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।