ଭୁବନେଶ୍ୱର,୧୯/୦୫: ରାଜ୍ୟରେ ଡହ ଡହ ଖରା ଓ ତାତିରୁ ମିଳିବ ଆଶ୍ବସ୍ତି । ଆଗାମୀ ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ନେଇ ସତର୍କ କରାଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝରଗଡ଼, ଭଦ୍ରକ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ଘଡ଼ଘଡ଼ି, ବିଜୁଳି ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ସେହିପରି ୧୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ତେବେ ସୂଚନା ମୁତାବକ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ପର୍ବଳ ବର୍ଷା ସମ୍ଭାବନା ରହିଛି ।