ରାଜ୍ୟରେ ଗରମ ଗୁଳୁଗୁଳିରୁ ମିଳିବ ସାମାନ୍ୟ ଆଶ୍ବସ୍ତି,୧୨ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ

ଭୁବନେଶ୍ୱର,୨୧/୦୫: ରାଜ୍ୟରେ ଗରମ ଗୁଳୁଗୁଳିରୁ ମିଳିବ ସାମାନ୍ୟ ଆଶ୍ବସ୍ତି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ। ପୂର୍ବକେନ୍ଦ୍ରୀୟ ଆରବ ସାଗରରେ ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପଟି ଅଧିକ ଘନୀଭୂତ ହୋଇ ଆଗାମୀ ୩୬ ଘଣ୍ଟାରେ ଏହା ଅବପାତରେ ପରିଣତ ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଜାରି କରାଯାଇଛି। ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ କି ନାହିଁ ତାହା ସ୍ପଷ୍ଟ ହୋଇ ନାହିଁ। ଲଘୁଚାପ ସୃଷ୍ଟି ହେବା ପରେ ଆକଳନ କରାଯାଇପାରିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଆଜି କିଛି ଜିଲ୍ଲାରେ କାଳ ବୈଶାଖୀ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *